ଆସନ୍ତା ୩ ଦିନ ହାଲୁକା ବର୍ଷାରେ ଭିଜିବ ଓଡ଼ିଶା – ଘଡ଼ଘଡ଼ି ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାରେ ଆସନ୍ତା ତିନି ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାରଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ।ଶୁକ୍ରବାର ଦିନ କନ୍ଧମାଳ, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦ୍ୱିତୀୟ ଦିନ ଅର୍ଥାତ୍ ଶନିବାର ନବରଙ୍ଗପୁର, କୋରାପୁଟ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, କେଉଁଝର, ଅନୁଗୁ. ଢ଼େଙ୍କାନା. ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତୃତୀୟ ଦିନ ଅର୍ଥାତ୍ ରବିବାର ଗଞ୍ଜାମ, ଗଜପତି, ଝାରସୁଗୁଡା, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି।ଅନ୍ୟପକ୍ଷରେ ରାଜ୍ୟରେ ୧୨ ଓ ୧୩ ତାରିଖରେ ଘଡ଼ଘଡ଼ି ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା। ଏଥିସହ ଜିଲ୍ଲାପାଳମାନଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି।

Comments
Loading...