ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ନବୀନ ବାବୁଙ୍କ ବଡ ଘୋଷଣା

ଭୁବନେଶ୍ୱର : (କୋଶଲ ନ୍ୟୁଜ୍) ପୁଣି ସରପଞ୍ଚଙ୍କୁ ମିଳଲା ଜିଲ୍ଲାପାଳ କ୍ଷମତା । କରୋନନା ମୁକାବିଲା ହୋଇଥିବା ସର୍ବଦଳୀୟ ବୈଠକ ପରେ ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଆବଶ୍ୟକତାକୁ ଦେଖି ଗାଁରେ TMC ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ TMC ଆରମ୍ଭ କରି ସାରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟ ସ୍ବଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଏଥିସହ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇଛନ୍ତି ।

ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ବ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ବ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ଓଡ଼ିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି । ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି । ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ଲୋକ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ବିଶ୍ବ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ ହୋଇଛି । କରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Comments
Loading...