ରାଜ୍ୟରେ ଆଜି ୬୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୩୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।ଆଜି ମୋଟ ୧୪ ଟି ଜିଲ୍ଲାରୁ ୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୧୧ ଜଣ, ଦେବଗଡ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments (0)
Add Comment