ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିଛି। ବୁଧବାର ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ। ଏହାପରେ ସମର୍ଥକମାନେ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଇଥିଲା। ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡ଼ିଥିଲା।
ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ପଡ଼ିବାର ଥିଲା। ଏଥିପାଇଁ ପ୍ରଚାର ଜୋରସୋର ଚାଲିଥିଲା। ଆସନ୍ତାକାଲି ପ୍ରଚାରର ଶେଷ ଦିନ ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ପ୍ରଚାର ଜୋରସୋର ଚଳାଇଥିଲେ। ହେଲେ ହଠାତ ଅଜିତଙ୍କ ପରଲୋକ ଖବର ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି।
ଏବେ ପୁଣି ପିପିଲି ନିର୍ବାଚନର ଭାଗ୍ୟ କ’ଣ ହେବ ତାକୁ ନେଇ ଚର୍ଚ୍ଚା ହେଉଛି। ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁପରେ ଏଠାରେ ଉପନିର୍ବାଚନ ଆୟୋଜିତ ହୋଇଥିଲା।
ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ
ଆମେ ଦେବୁ ସତ୍ୟ ଖବର ସବୁ ଅଞ୍ଚଳ ର ଖବର ସବୁ ଖବର ଆପଣଙ୍କ ପାଖରେ ସବୁ ସମୟରେ।
କୋଶଲ ନ୍ୟୁଜ୍। ଆପଣଙ୍କର ଅଞ୍ଚଳ, ଆପଣଙ୍କର ଖବର।
Comments